ରବୀନ୍ଦ୍ର ନାରାୟଣ ବେହେରା


Contributors to Wikimedia projects

Article Images

ରବୀନ୍ଦ୍ର ନାରାୟଣ ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରବୀନ୍ଦ୍ର ନାରାୟଣ ବେହେରା

ସାଂସଦ: ୧୮ଶ ଲୋକ ସଭା
କାର୍ଯ୍ୟକାଳ
୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଶର୍ମିଷ୍ଠା ସେଠୀ
ନିର୍ବାଚନ ମଣ୍ଡଳୀଯାଜପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ରବୀନ୍ଦ୍ର ନାରାୟଣ ବେହେରା ଭାରତୀୟ ଜନତା ପାର୍ଟିର ରାଜନେତା ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।[] ଏହି ନିର୍ବାଚନରେ, ସେ ସମୁଦାୟ ୫,୩୪,୨୩୯ ଖଣ୍ଡ ଭୋଟ ପାଇଥିଲେ ଏବଂ ବିଜେଡି ପ୍ରାର୍ଥୀ ଶର୍ମିଷ୍ଠା ସେଠୀଙ୍କୁ ୧,୫୮୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[]

ଆଧାର

ସମ୍ପାଦନା